Advertisment

ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ

ଶିଶିରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

Accident

Accident

Advertisment

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସଦର ଥାନା ଅନ୍ତର୍ଗତ ଗୌତମି ଗାଁ ନିକଟରେ ଗତକାଲି ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ପାଟପୁର ଥାନା ଅନ୍ତର୍ଗତ କଲରା ପଦର ଗ୍ରାମର ଶିଶିର କୁମାର ସ୍ୱାଇଁ।

Advertisment

ଶିଶିର କୌଣସି କାମରେ ବାଇକ ଯୋଗେ ଯାଉଥିଲେ। ଏହି ସମୟରେ ଗୌତମି ଗାଁ ନିକଟରେ ବୀପରିତ ଦିଗରୁ ଆସୁଥିବା ବାଇକ୍ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଶିଶିରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। 

Advertisment
Road Accident Ganjam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe