Advertisment

ଡମ୍ଫର-ପିକଅପ୍‌ ଭ୍ୟାନ ମୁହାଁମୁହିଁ ଧକ୍କା; ଜଣେ ମୃତ

ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା।

ଅଦ୍ୟତନ ହୋଇଛି
Road accident

Road accident

Advertisment

ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ରାସ୍ତାର ପଥରଚେପା ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଡମ୍ଫର ଓ ଟମାଟୋ ପିକଅପ୍‌ ଭ୍ୟାନ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ପିକ୍ଅପ୍‌ ଡ୍ରାଇଭର।

Advertisment

ଆଜି ସକାଳେ ଡମ୍ଫରଟି ବଲାଙ୍ଗିରରୁ ପାଟଣାଗଡ଼ ଅଭିମୁଖେ ଯାଉଥିଲା। ଏହି ସମୟରେ ପାଟଣାଗଡ଼ ପଟୁ ଆସୁଥିବା ପିକ୍‌ଅପ୍ ଭ୍ୟାନ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ପିକ୍‌ଅପ୍ ଭ୍ୟାନ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିଲା। ହେଲେ ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା।

ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଦୁଇ ଗାଡ଼ିକୁ ଜବତ କରିଛି। ଦୁର୍ଘଟଣାରେ ପିକ୍‌ଅପ୍ ଭ୍ୟାନଟି ଭାଙ୍ଗିରୁଜି ଯାଇଛନ୍ତି।

Advertisment
Road Accident Bolangiri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe