Advertisment

ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଆଜି ସକାଳେ ଯୁବକ ଜଣଙ୍କ ସାଇକେଲ ଯୋଗେ ଶିମିଳିପଡ଼ା ଅଭିମୁଖେ ଯାଉଥିଲେ।

ଅଦ୍ୟତନ ହୋଇଛି
Accident

Accident

Advertisment

ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ହେମସୁରପଡା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଜରପଡ଼ା ଥାନା ଅନ୍ତର୍ଗତ ବିମଳବେଡା ଗ୍ରାମର ବିତ ସେଠୀ(୩୦)।

Advertisment

ଆଜି ସକାଳେ ଯୁବକ ଜଣଙ୍କ ସାଇକେଲ ଯୋଗେ ଶିମିଳିପଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ ଏକ ଟ୍ରକ୍ ଆସି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଯୁବକଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକେ ହେମସୁରପଡା ଛକରେ ରାସ୍ତାରୋକ କରିଥିଲେ। ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Road Accident Anugul
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe