Advertisment

ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ହାଇୱା

ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ଅଦ୍ୟତନ ହୋଇଛି
Tension situation

Tension situation

Advertisment

ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ହାଇୱା। ବଲାଙ୍ଗିର-ଟିଟିଲାଗଡ଼ ରାଜରାସ୍ତା -୨୬ର ଦେଓଗାଁଠାରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସାଗରପାଲି ଗାଁର ମହେଶ୍ୱର ରଣା।

Advertisment

ମହେଶ୍ୱର ନିଜ ଘରକୁ ସାଇକେଲରେ ଯାଉଥିଲେ। ଏହି ସମୟରେ ବଲାଙ୍ଗିର-ଟିଟିଲାଗଡ଼ ରାଜରାସ୍ତା -୨୬ର ଦେଓଗାଁଠାରେ ମହେଶ୍ୱରଙ୍କୁ ଏକ ହାଇୱା ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ସ୍ଥାନୀୟ ଲୋକେ କ୍ଷତି ପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ଓ ଘଟଣାର ତଦନ୍ତ କରୁଛି।ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

Advertisment
Road Accident Bolangir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe