Advertisment

ଦିବ୍ୟାଙ୍ଗଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି

ଦୁର୍ଘଟଣାପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

ଅଦ୍ୟତନ ହୋଇଛି
Accident

Accident

Advertisment

ଦିବ୍ୟାଙ୍ଗଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି। ବୌଦ୍ଧ ଜିଲ୍ଲା ଏନ୍ଏଚ୍ ୫୭ ଖୋର୍ଦ୍ଧା-ବଲାଙ୍ଗିର ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ  ସରସରା ଗାଁର ସୁମନ୍ତ ମହାକୁଡ।

Advertisment

ଗତକାଲି ବିଳମ୍ବିତ ରାତିରେ ସୁମନ୍ତ ଶୌଚ ପାଇଁ ଗାଁ ନିକଟ ରାସ୍ତା ପାଖକୁ ଆସିଥିଲେ। ରାସ୍ତା ପାର ହୋଇ ଘରକୁ ଫେରିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ପରେ ଗାଡ଼ିଟି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା।

ଆଜି ସକାଳେ ସ୍ଥାନୀୟ ଲୋକେ ସୁମନଙ୍କ ମୃତଦେହ ରାସ୍ତାରେ ପଡ଼ିଥିବା ଦେଖି ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ। ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଦାବିରେ ଖୋର୍ଦ୍ଧା-ବଲାଙ୍ଗିର ରାସ୍ତା ଅବରୋଧ କରିଛନ୍ତି। ବୌଦ୍ଧ ଅତିରିକ୍ତ ତହସିଲଦାର ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛନ୍ତି।

Advertisment
Road Accident Boudh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe