Advertisment

ଅଧା ରହିଲା ବାବା ଚନ୍ଦ୍ରଶେଖରଙ୍କ ଦର୍ଶନ; ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା

ଆଜି ସକାଳେ ଶାମ୍ବ କପିଳାସ ସ୍ଥିତ ବାବା ଚନ୍ଦ୍ରଶେଖରଙ୍କ ଦର୍ଶନ କରିବାକୁ ଯାଉଥିଲେ।

ଅଦ୍ୟତନ ହୋଇଛି
Road accident

Road accident

Advertisment

ବାବା ଚନ୍ଦ୍ରଶେଖରଙ୍କୁ ଦର୍ଶନ କରିବା ପାଇଁ ଖୁସିରେ ବାହାରିଥିଲେ ଯୁବକ। ମନ୍ଦିର କିଛି ବାଟ ଥିଲା ବେଳେ ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା। ଢେଙ୍କାନାଳ ମୁଖ୍ୟ ରାସ୍ତାର ମହୁଲି ଗାଁ ପଞ୍ଚଶଖା ରାଇସ ମିଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଆଲୁଅଝରଣ ଗାଁର ଶାମ୍ବ କୁମାର ସାହୁ।

Advertisment

ଆଜି ସକାଳେ ଶାମ୍ବ କପିଳାସ ସ୍ଥିତ ବାବା ଚନ୍ଦ୍ରଶେଖରଙ୍କ ଦର୍ଶନ କରିବାକୁ ଯାଉଥିଲେ। ଏହି ସମୟରେ ମହୁଲି ନିକଟରେ ତାଙ୍କୁ ଏକ ବାଲି ବୋଝେଇ ହାଇୱା ଧକ୍କା ଦେବା ସହିତ କିଛି ବାଟ ଘୋଷାଡି ନେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ହାଇୱା ଚାଳକ ଗାଡ଼ି ଛାଡ଼ି ଚମ୍ପଟ ମାରିଥିଲା। ଉତ୍ତ୍ୟକ୍ତ ଲୋକମାନେ ମୃତକ ପରିବାର ଲୋକଙ୍କୁ କ୍ଷତି ପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ପୁଲିସ ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପାଞ୍ଚଟି ଝିଅରେ ଗୋଟିଏ ପୁଅ ଥିଲେ ଶାମ୍ବ। ତେବେ ଶାମ୍ବଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳି ଯାଇଛି।

Advertisment
Roadaccident Dhenkanal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe