Advertisment

ବାଇକକୁ ଧକ୍କା ଦେଇ ଜଳିଗଲା ‘ଚକାଡୋଳା’ ବସ୍‌; ଜଣେ ମୃତ

ଆଜି ସକାଳେ ’ଚକାଡୋଳ’ ବସ୍‌ଟି ବାରିପଦାରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।

author-image
Tapaswini Nayak
ଅଦ୍ୟତନ ହୋଇଛି
Accident

Accident

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍। ଯାଜପୁର ଜିଲ୍ଲା ଏନ୍ଏଚ୍ ୧୬ ଛତିଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଦ୍ୱୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ‘ଚକାଡୋଳା’ ବସ୍‌ଟି ବାରିପଦାରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଏହି ସମୟରେ ଏନ୍ଏଚ୍ ୧୬ ଛତିଆ ନିକଟରେ ଏକ ବାଇକକୁ ଧକ୍କା ଦେଇଥିଲା ବସ୍‌। ପରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ବାଇକକୁ କିଛି ବାଟ ଘୋଷାଡ଼ି ନେଇଥିଲା। ତା’ପରେ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା।

ବସ୍‌ରେ  ନିଆଁ ଲାଗିଥିବା ଜଣାପଡ଼ିବା ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ରାସ୍ତା ଉପରେ ବସଟି ହୁତୁ ହୁତୁ ହୋଇ ଜଳିଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କିଛି ସମୟ ପାଇଁ ସେହି ରାସ୍ତାରେ ଗାଡ଼ିଚଳାଚଳ ବନ୍ଦ ରହିଥିଲା। ନିଆଁକୁ ଆୟତ୍ତ କରିବା ପରେ ଗାଡ଼ିଚଳାଚଳ ସ୍ୱାଭାବିକ ହୋଇଥିଲା। 

Advertisment

 ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ବସ୍‌ରେ ୮୦ରୁ ଅଧିକ ଯାତ୍ରୀ ଥିଲେ। ବସ୍‌ରେ ନିଆଁ ଲାଗିବା ପରେ ସମସ୍ତ ଯାତ୍ରୀ ବସ୍‌ରୁ ସୁରକ୍ଷିତ ଭାବେ ଓହ୍ଲାଇ ପଡ଼ିଥିଲେ। ହେଲେ ସେମାନଙ୍କ ଜିନିଷ ପତ୍ର ନିଆଁ ପୋଡ଼ି ଜଳିଯାଇଛି। 

Jajpur Road Accident