Advertisment

ଶୌଚ ପାଇଁ ଯିବା ବେଳେ ମାଡ଼ିଗଲା ଅଜଣା ଗାଡ଼ି

ଆଜି ସକାଳେ ଭୂଦେଵ ଶୌଚ ହେବା ପାଇଁ ଜାତୀୟ ରାଜପଥ ୧୬ ପାର ହୋଇ ଯାଉଥିଲେ।

ଅଦ୍ୟତନ ହୋଇଛି
Road accident

Road accident

Advertisment

ଶୌଚ ପାଇଁ ଯାଉଥିବା ବେଳେ ଯୁବକଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି। ବଲାଙ୍ଗିର ଜିଲ୍ଲା ସିଂଧେକେଲା ଥାନା ଅନ୍ତର୍ଗତ ଶୁଣ୍ଢିମୁଣ୍ଡା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ଯୁବକ ଜଣକ ହେଲେ ଶୁଣ୍ଢିମୁଣ୍ଡା ଗାଁର ଭୂଦେଵ ଗହୀର।

Advertisment

ଆଜି ସକାଳେ ଭୂଦେଵ ଶୌଚ ହେବା ପାଇଁ ଜାତୀୟ ରାଜପଥ ୧୬ ପାର ହୋଇ ଯାଉଥିଲେ। ଏହି ସମୟରେ ଏକ ଅଜଣା ଗାଡ଼ି ଦ୍ରୁତ ଗତିରେ ଆସି ଧକ୍କା ଦେଇ ପଳାଇଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

କ୍ଷତିପୂରଣ ଦାବିରେ ପରିବାର ଲୋକେ ଓ ଗ୍ରାମବାସୀ ମିଶି ଶୁଣ୍ଢିମୁଣ୍ଡା ଗାଁ ଛକରେ ରାସ୍ତାରୋକ କରିଛନ୍ତି। ଫଳରେ ନୂଆପଡା ଜିଲ୍ଲା ଖଡ଼ିଆଳରୁ କଳାହାଣ୍ଡି ଜିଲ୍ଲାକୁ ଯାତାୟତ ଠପ୍ ହୋଇଯାଇଛି। ସିଂଧେକେଲା ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି। ଯାତାୟତ ଠପ୍ ହୋଇଯାଇଥିବାରୁ ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଛି।

Advertisment
Bolangir Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe