/odisha-reporter/media/post_attachments/uploadimage/library/16_9/16_9_0/Accident_1719804902.jpg)
Accident
ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱରରେ ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ତମାଣ୍ଡୋ ଗୋହିରା ଫ୍ଲାଏଓଭର ବ୍ରିଜ୍ ନିକଟରେ ଏକ କାର୍ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣଙ୍କ ହେଲେ ବାଲିଅନ୍ତାର ବିଶ୍ୱଜିତ ରାୟ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସେହିପରି ଭୁବନେଶ୍ୱର ସ୍ଥିତ ବରମୁଣ୍ଡା କାଳୀ ମନ୍ଦିର ନିକଟରେ ବାଇକକୁ ପଛରୁ କାର୍ ଧକ୍କା ଦେବାରୁ ଦୁଇ ଜଣ ଆହତ ହୋଇଛନ୍ତି। ଆହତ ଦ୍ୱୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
