ପୁରୀ ଜିଲ୍ଲାରେ ଆଜି ସକାଳେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହୋଇଛି। ବଜ୍ରପାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ କୁମ୍ପି ଭୋଇ। ତାଙ୍କ ଘର ରାମଚଣ୍ଡୀ ଥାନା ଅନ୍ତର୍ଗତ ଭୁଆଁ ଗ୍ରାମରେ।
ଆଜି ସକାଳେ ମହିଳାମାନେ କ୍ଷେତରେ ଧାନ ରୋଉ ଥିଲେ। ଏହି ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ୮ଜଣ ମହିଳା ବିଲରେ ଅଚେତ ଅବସ୍ଥାରେ ପଡ଼ିଯାଇଥିଲେ। ଗ୍ରାମବାସୀମାନେ ସେମାନଙ୍କୁ ଉଦ୍ଧାର କରି ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର କୁମ୍ପିଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୭ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ରହିଛି। ଅନ୍ୟପକ୍ଷରେ କୁମ୍ପିଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।