ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ୱାଦା ଗାଁରେ ଆଜି ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏମାନେ ହେଉଛନ୍ତି ଗୋଟିଏ ପରିବାରର।
ମୃତକଙ୍କ ନାଁ ହରିଶ ମଳିକ। ଗୁରୁତର ଆହତମାନେ ହେଉଛନ୍ତି ସୁଭଦ୍ରା ମଳିକ, ମତାଜୀ ମଳିକ, ଭାଗ୍ୟଲକ୍ଷ୍ମୀ ମଳିକ ଓ ଜ୍ୟୋତିପ୍ରିୟା ମଳିକ। ଏହି ୪ ଜଣ ମହିଳାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Also Read
ଆଜି ସକାଳେ ଏମାନେ ବିଲକୁ କାମ କରିବାକୁ ଯାଇଥିଲେ। ବର୍ଷା ସହିତ ଘଡ଼ଘଡ଼ି ହେବାରୁ ସମସ୍ତେ ଗୋଟିଏ ଜାଗାରେ ବସିଥିଲେ। ସେହି ସମୟରେ ବଜ୍ରପାତ ହୋଇଥିଲା। ଏଥିରେ ସମସ୍ତେ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାରର ଅନ୍ୟ ସଦସ୍ୟମାନେ ସେମାନଙ୍କୁ ସୋର ଡାକ୍ତରଖାନାକୁ ନେଇଥିଲେ। ତେବେ ସେଠାରେ ହରିଶ ମଳିକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିଛି।
ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।