Dead Body
Advertisment
ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ଦେଓଦା ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ମନୋରଞ୍ଜନ ନାୟକ (୨୧)। ଗୁରୁତର ଆହତଙ୍କ ନାଁ ମନୋଜ ତରେଇ (୨୦)।
Advertisment
ଆଜି ଅପରାହ୍ନ ପ୍ରାୟ ୫ଟା ବେଳେ ଏହି ଦୁଇ ଯୁବକ ଗାଁ ପାଖ ଏକ ପଡ଼ିଆରେ ବସିଥିବା ବେଳେ ବଜ୍ରପାତ ହୋଇଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।
ମନୋରଞ୍ଜନ ନାୟକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ମନୋଜ ତରେଇଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Dead_Body_1695044500.jpg)