ରାୟଗଡ଼ାର ମା’ ମଝିଘରିଆଣୀ ମନ୍ଦିର-ପିତମୋହଲ ରାସ୍ତାରେ ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ମୃତକଙ୍କ ନାଁ ଗଣେଶ ପିଡ଼ିକା। ତାଙ୍କ ଘର ରାୟଗଡ଼ାରେ ବେହେରାଗୁଡ଼ାରେ। ସେ ବାଇକ ଚଲାଉଥିଲେ। ତାଙ୍କ ସହିତ ବାଇକ୍ରେ ଯାଉଥିବା ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ଘର ରାୟଗଡ଼ାର ଗୁର୍କା ସାହିରେ।
Also Read
ଅଟୋରେ ଥିବା ୧୧ ଜଣ ଆହତ ହୋଇଛନ୍ତି। ସେମାନେ ସମସ୍ତେ ଆନ୍ଧ୍ର ପ୍ରଦେଶ-ଓଡ଼ିଶା ସୀମାନ୍ତ ଅଞ୍ଚଳ ଅତଡ଼ା, ସେଶଖାଲ ଓ କାଞ୍ଚକବାଲାଶାର। ସମସ୍ତ ଆହତଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଅଟୋଟି ଆନ୍ଧ୍ର ପ୍ରଦେଶ ଆଡୁ ରାୟଗଡ଼ା ସହର ଅଭିମୁଖେ ଆସୁଥିବା ବେଳେ ବାଇକଟି ଆନ୍ଧ୍ର ଆଡ଼କୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତ ଗତି ଯୋଗୁ ଏହି ଦୁର୍ଘଟଣା ଘଟିଛି, ନା ଆଉ କିଛି ହୋଇଛି, ତାହା ଜଣାପଡ଼ିନି।
ରିପୋର୍ଟ- ରାୟଗଡ଼ାରୁ ମାଉଡ଼ି ବାରିକ
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।