ରୋଷେଇ କଲା ବେଳେ ଗ୍ୟାସ୍ ସିଲିଣ୍ଡର ଫାଟି ଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କୁଞ୍ଜକାନ୍ତ ଉତ୍ତର ମଧୁବନରେ ଘଟିଛି ଏହି ଘଟଣା। ମୃତ ବ୍ୟକ୍ତିଙ୍କ ନାଁ ଶମ୍ଭୁପ୍ରସାଦ ରଥ।
Also Read
ସେ ଏକ ଇନ୍ସ୍ୟୁରାନ୍ସ କମ୍ପାନୀରେ ଚାକିରି କରୁଥିଲେ। ଆଜି ସନ୍ଧ୍ୟାରେ ଅଫିସ୍ରୁ ଫେରି ରୋଷେଇ କଲା ବେଳେ ଏହି ଅଘଟଣ ଘଟିଥିଲା। ଗୋଟିଏ ସିଲିଣ୍ଡର ଫାଟିବାପରେ ପାଖରେ ଥିବା ଆଉ ଦୁଇଟି ସିଲିଣ୍ଡର ମଧ୍ୟ ଫାଟି ଯାଇଥିବା କୁହାଯାଉଛି। ଘଟଣାସ୍ଥଳରେ ଶମ୍ଭୁନାଥଙ୍କର ମୃତ୍ୟୁ ଘଟିଥିଲା।
ସିଲିଣ୍ଡର ଫାଟିବା ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଟାଉନ୍ ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।