ହୋଲିରେ କେମିକାଲ ମିଶା ରଙ୍ଗ ଖେଳି ୨୦ ଜଣ ଯୁବକ ଅସୁସ୍ଥ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଏହି ଘଟଣା ଘଟିଛି। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଅଶୋକନଗର ଓ ଆନନ୍ଦ ନଗରରର ୨୦ ଜଣ ଯୁବକ ହୋଲି ଦିନ କେମିକାଲ ମିଶା ରଙ୍ଗ ଖେଳିଥିଲେ। ଗତକାଲି ସନ୍ଧ୍ୟାବେଳେ ସେମାନଙ୍କ ଦେହସାରା ଫୋଟକା ପରି ଫଳିଯାଇଥିଲା। ଏହାସହ ସେମାନେ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ସେମାନଙ୍କୁ କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।
Also Read
ରଙ୍ଗରେ କିଛି କେମିକାଲ ମିଶାଯିବା ଯୋଗୁ ଏଭଳି ଦେହରେ ଫୋଟକା ହୋଇଥିବା ସନ୍ଦେହ କରାଯାଉଛି। ଏ ସମ୍ପର୍କରେ ଅସୁସ୍ଥ ଯୁବକଙ୍କ ପରିବାର ଲୋକଙ୍କର ପ୍ରତିକ୍ରିୟା ମିଳିପାରିନାହିଁ l
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
Accident
ମଝି ରାସ୍ତାରେ ଦୁଇ ବାଇକ୍ ପିଟି ହେଲେ
ଲୋକେ ୩ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେଲପଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
Accident
ଗାଡ଼ି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର: ବାଇକ୍ ଆରୋହୀ ମୃତ, ପୁଲିସ୍ କର୍ମଚାରୀ ଗୁରୁତର
ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।