Advertisment

କାର୍‌କୁ ଧକ୍କା ଦେଇ ଡିଭାଇଡରରେ ଚଢ଼ିଗଲା ସ୍କୁଲ ବସ୍

ସ୍କୁଲ ବସ୍‌ରେ ୫୦ ଛାତ୍ରଛାତ୍ରୀ ଥିଲେ।

ଅଦ୍ୟତନ ହୋଇଛି
Accident

Accident

Advertisment

କାର୍‌କୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡରରେ ଚଢ଼ିଗଲା ସ୍କୁଲ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଗଲେ ୫୦ ଛାତ୍ରଛାତ୍ରୀ। ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ହାଉସ୍‌ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

Advertisment

ଆଜି ସକାଳେ ବସ୍‌ଟି ୫୦ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଯାଉଥିଲା। ହାଉସ୍‌ ଛକ ନିକଟରେ ବସ୍‌ଟି ଏକ କାରକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡରରେ ଚଢ଼ିଯାଇଥିଲା। ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନାହିଁ।

ଦୁର୍ଘଟଣାରେ ଗାଡ଼ିର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Rourkela Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe