କଟକ ନେତାଜୀ ସୁବାଷ ସେତୁ ଉପରେ ଛିଡ଼ା ହୋଇଛି ସ୍କୁଟି । ପାଖରେ ଚପଲ ବି ପଡ଼ିଛି । ମାତ୍ର ଚାଳକଙ୍କ ପତ୍ତା ମିଳୁନି । ଫଳରେ ସେ ଉଛୁଳା ନଦୀକୁ ଡେଇଁ ପଡ଼ିଥିବା ଅନୁମାନ କରାଯାଉଛି। ମର୍କତନଗର ଥାନା ପୁଲିସ୍ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।
ଆଜି ଭୋରରୁ କଟକ ନେତାଜୀ ସୁବାଷ ସେତୁ ଉପରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଥିବା ଦେଖିବାକୁ ମିଳିଥିଲ। ସ୍କୁଟିରେ ଚାବି ଲାଗିଥିବା ବେଳେ ପାଖରେ ହଳେ ଚପଲ ମଧ୍ୟ ଥୁଆ ହୋଇଛି। ତେଣୁ କେହି ଗାଡ଼ି ରଖିଦେଇ ରାତିରେ ନଦୀକୁ ଡେ଼ଇଁ ଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି। ନଦୀରେ ପାଣି ଅଧିକ ରହିଥିବା ଯୋଗୁଁ ଘଟଣା ସ୍ପଷ୍ଟ ହେଉନାହିଁ।
Also Read
ସ୍କୁଟିଟି କାମ ନାମରେ ଅଛି ସେ ନେଇ କିଛି ସୂଚନା ମିଳିନି । ଘଟଣାସ୍ଥଳରେ ମର୍କତନଗର ଥାନା ପୋଲିସ୍ ପହଞ୍ଚି ଛାନଭିନ ଚଳାଇଛି। ଏଥିସହ ତୁରନ୍ତ ସ୍କୁଟି ଚାଳକଙ୍କ ନାମ ଓ ଠିକଣା ଜଣାପଡ଼ିଲେ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଯିବ । ଏହାପରେ ଅଗ୍ନିଶମ ବାହିନୀ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ବୋଲି ପୁଲିସ୍ କହିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।