ହରିୟାଣାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କେନାଲକୁ କାର୍ ଖସି ୭ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ତିନି ଜଣ ମହିଳା ଏବଂ ଚାରି ଜଣ ଛୋଟ ପିଲା ଥିବା ଜଣାପଡ଼ିଛି।
ସୂଚନା ଅନୁସାରେ, ହରିୟାଣର ଗୋଟିଏ ପରିବରର ଆଠ ଜଣ ସଦସ୍ୟ ଏବଂ ଡ୍ରାଇଭରଙ୍କୁ ମିଶାଇ ୯ ଜଣ ଦଶହରା ଉପଲକ୍ଷେ ଆୟୋଜିତ ହୋଇଥିବା ବାବା ରାଜପୁରି ମେଳା ବୁଲିବାକୁ ଯାଉଥିଲେ। ଏହି ସମୟରେ ମୁନ୍ଦିର ଗାଁ ନିକଟରେ ଦୁର୍ଘଟଣା ଘଟିଥିଲା।
Also Read
ମୁନ୍ଦିର ଗାଁ ନିକଟରେ ଥିବା କୈଥାଲ କେନାଲକୁ ଖସି ପଡ଼ିଥିଲା କାର୍। ଫଳରେ ତିନି ଜଣ ମହିଳାଙ୍କ ସମେତ ସାତ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଖବର ପାଇ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଡ୍ରାଇଭର ଭାରସାମ୍ୟ ହରାଇ ଥିବାରୁ ଦୁର୍ଘଟଣା ଘଟିଥିବା ପୁଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।