Advertisment

OSRTC ବସ୍‌କୁ ପଛରୁ ଧକ୍କା ଦେଲା ଘରୋଇ ବସ୍‌

ଘରୋଇ ବସ୍‌ଟି ବ୍ରେକଫେଲ ହୋଇଯିବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Accident

Accident

Advertisment

OSRTC ବସ୍‌କୁ ପଛରୁ ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ବାଣୀବିହାର ଓଭରବ୍ରିଜ ଉପରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ଭୋର ସମୟରେ OSRTC ବସ୍‌ଟି ଯାତ୍ରୀଙ୍କୁ ଉଠାଇବା ପାଇଁ ରାସ୍ତାକଡ଼କୁ ଗାଡ଼ି ସାଇଡ୍ କରୁଥିଲେ। ଏହି ସମୟରେ ଘରୋଇ ବସ୍‌ଟି ଦ୍ରୁତ ଗତିରେ ଆସି OSRTC ବସ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ ବସ୍‌ଟି ବ୍ରେକଫେଲ ହୋଇଯିବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଦୁର୍ଘଟଣାରେ ଘରୋଇ ବସର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଥିବା ବେଳେ OSRTC ବସ୍‌ ପଛ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Bhubaneswar Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe