Advertisment

ରଥ ଚକାରେ ଚାପି ହୋଇ ୬ ଆହତ

ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

Chariot

Chariot

Advertisment

ବାହୁଡ଼ା ଯାତ୍ରା ବେଳେ ଅଘଟଣ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ ରଥ ଟାଣିବା ସମୟରେ ଚକା ତଳେ ଚାପି ହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

Advertisment

ଆଜି ବିନିକା ସହରର କଂସାରୀପଡ଼ା ଗୁଣ୍ଡିଚା ମନ୍ଦିର ନିକଟରୁ ବଳଭଦ୍ର ଓ ସୁଭଦ୍ରାଙ୍କ ରଥ ଟଣା ଚାଲିଥିବା ବେଳେ ଘଟିଥିଲା ଏହି ଘଟଣା। ରଥ ଚକା ତଳେ ୬ ଜଣ ଚାପି ହୋଇଯାଇଥିଲେ।

ସେମାନଙ୍କୁ ଉଦ୍ଧାର କରି ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ସେମାନଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କର ଚିକିତ୍ସା ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚାଲିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe