Advertisment

କଲେଜ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ପାଟଣାଗଡ଼ ପୁଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭରକୁ ଅଟକ ରଖିବା ସହ ଗାଡ଼ିକୁ ଜବତ କରିଛି।

ଅଦ୍ୟତନ ହୋଇଛି
student

student

Advertisment

କଲେଜ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ଘଟଣା ଘଟିଛି ବାଲାଙ୍ଗିର ଜିଲ୍ଲା ପାଟଣାଗଡ଼ -ଧୂମାଭଟା ରାସ୍ତାର କଲେଜ ଗେଟ ସମ୍ମୁଖରେ। ମୃତ ଛାତ୍ରୀ ଜଣକ ହେଲେ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରୀ ସ୍ମିତା ଶୁଭଦର୍ଶନୀ ପ୍ରଧାନ।

Advertisment

ଗତକାଲି ସକାଳେ ସ୍ମିତା ଘରୁ ସାଇକେଲ ଯୋଗେ କଲେଜ ଯାଉଥିଲେ। ଏହି ସମୟରେ  କଲେଜ ଗେଟ ସମ୍ମୁଖରେ  ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି ସ୍ମିତାଙ୍କୁ ଧକ୍କା ଦେଇଥିଲା। ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ରଶ୍ମୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକତ୍ସାଧିନ ଅବସ୍ଥାରେ ରଶ୍ମୀଙ୍କର ମୃତ୍ୟୁ ଘଟିଥିଲା।

ପାଟଣାଗଡ଼ ପୁଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭରକୁ ଅଟକ ରଖିବା ସହ ଗାଡ଼ିକୁ ଜବତ କରିଛି। ଏହା ସହ ଘଟଣାର ତଦନ୍ତ କରୁଛି।

Advertisment
Roadaccident Balangir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe