Advertisment

ବିରୂପା ନଦୀକୁ ଡେଇଁ ପଡ଼ିଲେ ଛାତ୍ର

ଆଜି ସକାଳେ ଛାତ୍ର ଜଣଙ୍କ ବିରୂପା ବ୍ରିଜ ଉପରେ ସାଇକେଲ ମୋବାଇଲ ବ୍ୟାଗ୍ ରଖି ନଦୀକୁ ଡେଇଁ ପଡ଼ିଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Student

Student

ବିରୂପା ନଦୀକୁ ଡେଇଁ ପଡ଼ି ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲ୍ଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ ଯୁକ୍ତ ୩ରେ ପଢ଼ୁଥିଲେ।

Advertisment

ଆଜି ସକାଳେ ଛାତ୍ର ଜଣଙ୍କ ବିରୂପା ବ୍ରିଜ ଉପରେ ସାଇକେଲ ମୋବାଇଲ ବ୍ୟାଗ୍ ରଖି ନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଲୋକଙ୍କ ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଅଗ୍ନିଶମ ବାହିନୀ ପହଞ୍ଚି ଛାତ୍ରଙ୍କୁ ଖୋଜାଖୋଜି କରୁଛି। ପରିବାର ଲୋକେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି।ତେବେ ଛାତ୍ର ଜଣଙ୍କ କେଉଁ କାରଣ ପାଇଁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ, ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ିନାହିଁ। ଛାତ୍ର ଜଣଙ୍କ ଘରୁ ରାଗି କରି ଆସି ଏପରି ପଦକ୍ଷେପ ନେଇଥିବା କୁହାଯାଉଛି। ହେଲେ ପ୍ରକୃତ କାରଣ ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। 

Advertisment
Suicide Cuttack Students