କେନ୍ଦ୍ରାପଡ଼ା ଜିଲ୍ଲା ଚିତ୍ରତ୍ପୋଳା ନଦୀରେ ସାଙ୍ଗମାନଙ୍କ ସହ ଗାଧୋଇବା ବେଳେ ଭାସିଗଲେ ଛାତ୍ର। ଅଗ୍ନିଶମ ବାହିନୀ ପହଞ୍ଚି ଛାତ୍ରଙ୍କୁ ଖୋଜାଖୋଜି କରୁଛନ୍ତି। ନିଖୋଜ ଛାତ୍ର ଜଣଙ୍କ ହେଲେ କୌଶିକ ବାରିକ। ତାଙ୍କ ଘର ପାଟକୁରା ଜଗନ୍ନାଥପୁର ଗାଁର ବୋଲି ଜଣାଯାଇଛି।
ଆଜି କୌଶିକ ନିଜ ସାଙ୍ଗମାନଙ୍କ ସହ ଚିତ୍ରତ୍ପୋଳା ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତା କାରଣରୁ ତାଙ୍କ ଗୋଡ଼ ଖସି ଯାଇଥିଲା। ସେ ନଦୀରେ ଭାସିଯାଇଥିଲେ। ସାଙ୍ଗମାନେ କୌଶିକଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ। ହେଲେ ଉଦ୍ଧାର କରିପାରି ନଥିଲେ। ପରେ ଘଟଣା ବିଷୟରେ କୌଶିକଙ୍କ ପରିବାରଙ୍କୁ ଜଣାଇଥିଲେ। ପରିବାର ଲୋକେ ଅଗ୍ନନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି। ହେଲେ ଛାତ୍ରଙ୍କର ମିଳିନାହିଁ।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Accident
ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
କର୍ଣ୍ଣାଟକର ଜଣେ କଂଗ୍ରେସ ନେତାଙ୍କ ପୁଅର SUV କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।