ମେଡିକାଲ ଛାତରୁ ଖସିଲା ସିଲିଂ। ଅଳ୍ପକେ ବର୍ତ୍ତିଲେ ଜଣେ ମହିଳା ଓ ତାଙ୍କର ନବଜାତ ଶିଶୁ। ଆଜି ଭୋରରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଘଟିଛି ଏହି ଅଘଟଣ।
Also Read
ଉକ୍ତ ମହିଳା ଓ ତାଙ୍କ ନବଜାତ ଶିଶୁ ଶୋଇଥିବା ବେଳେ ଛାତରୁ ସିଲିଂ ଖସିଥିଲା। ସେମାନଙ୍କର ଖୁବ୍ ନିକଟରେ ସିଲିଂ ପଡ଼ିଥିଲା। ସିଲ୍ଂ ପଡ଼ିଯିବାରୁ ଉକ୍ତ ମହିଳାଙ୍କଠାରେ ଲାଗିଥିବା ସାଲାଇନ ମଧ୍ୟ ଛିଡ଼ି ଯାଇଥିଲା।
ଠିକାଦାରଙ୍କ ନିମ୍ନମାନର କାମ ଯୋଗୁଁ ଏଭଳି ଅଘଟଣ ହୋଇଥିବା ଅଭିଯୋଗ ହୋଇଛି। ବିଜେଡି ସରକାର ଅମଳରେ 5T ଅଧୀନରେ ଏହି ହସ୍ପିଟାଲର ରୂପାନ୍ତରୀକରଣ କରାଯାଇଥିଲା। ଠିକାଦାରଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଦାବି କରିଛନ୍ତି ପରିବାର ଲୋକେ। ତେବେ ଏହି ଘଟଣା ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।