ବାଇକ୍ ଉପରେ ଟ୍ରକ ଓଲଟି ପଡ଼ିବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଭବାନୀପାଟଣା ଓ ବିଶାଖାପାଟଣାକୁ ସଂଯୋଗ କରୁଥିବା ରାସ୍ତାର ଢେପଗୁଡ଼ା ଘାଟିରେ ଘଟିଛି ଏହି ଦୁର୍ଘଟଣା।
ମୃତକ ଦ୍ୱୟ ହେଉଛନ୍ତି ଅରୁଣ ଧଙ୍ଗଡା ମାଝୀ ଓ ପଦ୍ମଲୋଚନ ପାତ୍ର । ଦୁହେଁ ରାଜମିସ୍ତ୍ରୀ ଥିଲେ ଓ ଆଜି ସକାଳେ ବାଇକ୍ ଯୋଗେ କାର୍ଯ୍ୟସ୍ଥଳକୁ ଯାଉଥିଲେ।
Also Read
ଏହି ସମୟରେ ପଛରୁ ଦୃତ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କ ଉପରେ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ଅରୁଣ ଓ ପଦ୍ମଲୋଚନଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ପକ୍ଷରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।
ବିଶ୍ୱନାଥ ପୁର ପୁଲିସ୍ ଏହି ଘଟଣାର ତଦନ୍ତ କରୁଛି। ପୁଲିସ୍ ଏକ ଟିମ୍ ଘଟଣାସ୍ଥଳକୁ ଯାଇ ଯାଞ୍ଚ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।