/odisha-reporter/media/post_attachments/uploadimage/library/16_9/16_9_0/Truck_1713685263.jpg)
Truck
ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ାର ରଜାମୁଣ୍ଡା ବାଇପାସ୍ ନିକଟରେ ଏକ ବସ୍କୁ ଟ୍ରକ୍ଟିଏ ଧକ୍କା ଦେବାରୁ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
Advertisment
ଲିଙ୍ଗରାଜ ନାମକ ଏହି ଘରୋଇ ବସ୍ଟି ରାଉରକେଲାରୁ ବଡ଼ବିଲ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ବସ୍ଟିରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ।
ଆହତମାନଙ୍କୁ ଲହୁଣୀପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
