Advertisment

ଟ୍ରକ୍‌କୁ ପିଟିଲା ଟ୍ରକ୍‌; ହେଲପର ମୃତ, ଡ୍ରାଇଭର ଗୁରୁତର

ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ଆସୁଥିବା ଏକ ଟ୍ରକ୍‌ ପିଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି।

author-image
Niharika Rout
Accident

Accident

ଆଜି ଭୋରରୁ ଭୋରରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ଆସୁଥିବା ଏକ ଟ୍ରକ୍‌ ପିଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି।

Advertisment

ବେଲପଡା ଛକରେ ଏକ ମାଲ ବୋଝେଇ ଟ୍ରକ ଛିଡ଼ା ହୋଇଥିଲା। ଆଜି ଭୋରରୁ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଅନ୍ୟ ଏକ ଟ୍ରକ ଯାଉଥିଲା। ବେଲପଡା ଛକରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ପିଟିଥିଲା।

ଫଳରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଥିବା ବେଳେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭରଜଣକ ଫସି ରହିଥିବା ବେଳେ ଖବର ପାଇ ବାଲୁଗାଁ ଅଗ୍ନିଶମ ବାହିନୀ ଓ ବାଣପୁର ଥାନା ପୁଲିସ୍‌ ପହଞ୍ଚିଥିଲେ। ବହୁ ପରିଶ୍ରମ ପରେ କଟର ସାହାଯ୍ୟରେ ଟ୍ରକକୁ କାଟି ଗୁରୁତର ଡ୍ରାଇଭରଙ୍କୁ ବାହାର କରାଯାଇଛି।

Advertisment

ତାଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନା ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ହେଲପରଙ୍କ ମୃତଦେହକୁ ଟ୍ରକ୍‌ରୁ ବାହାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Road Accident Khordha