/odisha-reporter/media/post_attachments/uploadimage/library/16_9/16_9_0/Accident_1697124348.jpg)
Accident
ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ବାଲିଜୋରି ଛକରେ ଆଜି ଏକ ଟ୍ରକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ସ୍କୁଟି ଚଲାଉଥିବା ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Advertisment
ଏହି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବା ସହ ସେଠାରେ ସ୍ପୀଡ୍ ବ୍ରେକର ଲଗାଇବାକୁ ଦାବି କରିଥିଲେ। ରାସ୍ତାରୋକ ଫଳରେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଥିଲା। ଉତ୍ତେଜନାକୁ ଦୃଷ୍ଟିରେ ରଖି ସେଠାରେ ବ୍ୟାପକ ପୁଲିସ୍ ମୁତୟନ କରାଯାଇଥିଲା।
ଗତ କିଛି ଦିନ ପୂର୍ବରୁ ଇବ୍ ନଦୀ ବ୍ରିଜରେ ଏକ ବାଇକ୍ ଉପରେ ଟ୍ରକ୍ ଚଢ଼ି ଯାଇଥିଲା। ଏଥିରେ ବାଇକ୍ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
