ଚାଇନା ଗୁଡ଼ି ସୂତା ଲାଗି ୨ଜଣ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ଯୁବକ ଦ୍ୱୟ ନିଆଳି ଅଞ୍ଚଳର ବୋଲି ଜଣାଯାଇଛି। ଘଟଣା ଘଟିଛି କଟକ ଜିଲ୍ଲା ବାଲିକୁଦା ନିକଟରେ। ଆହତଦ୍ୱୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଯୁବକ ଦ୍ୱୟ ବାଇକରେ ନିଆଳିରୁ କଟକ ଆସୁଥିଲେ। ବାଲିକୁଦା ନିକଟରେ ଜଣେ ଯୁବକଙ୍କ ବେକରେ ଗୁଡ଼ି ସୂତା ଲାଗି ଯାଇଥିଲା। ଅନ୍ୟ ଜଣଙ୍କର ହାତ ପାପୁଲିରେ ସୂତା ଲାଗିଯାଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଆଜି ପବିତ୍ର ମକର ସଂକ୍ରାନ୍ତି ଥିବାରୁ ଏହି ଦିନରେ ଗୁଡ଼ି ଉଡାଇବାର ମଧ୍ୟ ପରମ୍ପରା ରହିଛି, ତେବେ ସୁରକ୍ଷା ଦୃଷ୍ଟିରୁ ଗୁଡ଼ି ଉଡାଇବାବେଳେ ମାଞ୍ଝା ସୁତା କିମ୍ବା ଚାଇନିଜ୍ ସୂତା ବ୍ୟବହାର ନକରିବାକୁ ପୁଲିସ କଡ଼ା ଚେତାବନୀ ଦେଇଛି। ଏହା ସତ୍ତ୍ୱେ କିପରି ମାର୍କେଟରେ ମିଳୁଛି ଓ ଗୁଡ଼ି ଉଡ଼ାରେ ବ୍ୟବହାର ହେଉଛି ତାହାକୁ ନେଇ ପ୍ରଶ୍ନ ଉଠିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।