Fire
ଘରେ ନିଆଁଲାଗି ଜୀବନ୍ତ ଜଳିଗଲେ ଭାଇଭଉଣୀ। ଏପରି ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ। ମୃତ ଭଉଣୀର ବୟସ ୧୧ ବର୍ଷ ହୋଇଥିବା ବେଳେ ଭାଇକୁ ୯ବର୍ଷ ହୋଇଥିଲା।
ଆଜି ସକାଳେ ବାପାମା’ ବାହାରେ କୌଣସି କାମ କରୁଥିବା ବେଳେ ଭାଇଭଉଣୀ ଘରେ ଥିଲେ। ଏହି ସମୟରେ ଘରେ ନିଆଁ ଲାଗିଯାଇଥିଲା। ଭାଇଭଉଣୀଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ଲୋକେ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନଥିଲା। ସେତେବେଳକୁ ନିଆଁ ଚାରିଆଡକୁ ବ୍ୟାପି ଯାଇଥିଲା। ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।
ତେବେ ଘରେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ିନାହିଁ। ଗ୍ୟାସ ଫାଟି ଘରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us