ମୟୁରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ଡୁମାପଦା ଗାଁରେ ଆଜି ଅପରାହ୍ନରେ ବିଲରେ କାମ କରୁଥିବା ବେଳେ ବଜ୍ରପାତ ହେବା ଯୋଗୁଁ ଦୁଇ ଜଣ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି- ଡୁମାପଦା ଗାଁ ପାଖ ଶଂଖଯୋଡ଼ ଗାଁର ଗୋବିନ୍ଦ ମହାନ୍ତ ଓ ଭୁଡୁରୁବଣି ଗାଁର ଶିବ ହାଁସଦା।
Also Read
ବିଜୁଳି ମାରିବା ପରେ ଅଚେତ ହୋଇଯାଇଥିବା ଗୋବିନ୍ଦ ମହାନ୍ତ ଓ ଶିବ ହାଁସଦାଙ୍କୁ ବେତନଟୀ ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
ଆଜି ବଜ୍ରପାତ ବେଳେ ଗୋବିନ୍ଦ ଓ ଶିବଙ୍କ ଆଖପାଖରେ ଆଉ କିଛି ଲୋକ ଥିଲେ। କିନ୍ତୁ ସେମାନଙ୍କର କିଛି ହୋଇନାହିଁ।
ପ୍ରାୟ ମାସେ ତଳେ ବେତନଟୀ ବ୍ଲକର ମେରଦା ଗାଁରେ ଚାଷ କାମ କରୁଥିବା ବେଳେ ବିଜୁଳି ମାରିବାରୁ ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଥିଲା।
ରିପୋର୍ଟ- ବାରିପଦାରୁ ମାନିକ୍ ଲାଲ୍ ପାଣି
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।