Advertisment

ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ଭାଲୁ; ଜଣେ ବନ କର୍ମଚାରୀ ମୃତ,୩ ଗୁରୁତର

ଗତକାଲି ପାଟ୍ରୋଲିଂ କରୁଥିବା ବେଳେ ୪ ଜଣ ବନ କର୍ମଚାରୀଙ୍କୁ ଭାଲୁ ଆକ୍ରମଣ କରିଥିଲା

author-image
Tapaswini Nayak
Bear

Bear

ଭାଲୁ ଆକ୍ରମଣରେ ଜଣେ ବନ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ନୂଆପଡା ଜିଲ୍ଲା କୋମନା ରେଞ୍ଜରେ। ମୃତକ ହେଲେ ଫରେଷ୍ଟ ୱାଚର ସନ୍ତୋଷ କୁମାର ଦୁଣ୍ଡି।

Advertisment

ଗତକାଲି ଅପରାହ୍ନ ପ୍ରାୟ ସାଢ଼େ ୩ଟା ସମୟରେ ୪ ବନ କର୍ମଚାରୀ ପାଟ୍ରୋଲିଂରେ ଯାଇଥିଲେ। ଭାଲୁଟି ସେମାନଙ୍କୁ ଆକ୍ରମଣ କରିଥିଲା। ପ୍ରଥମେ ଫରେଷ୍ଟର ଗୋପାଳ ମହାନନ୍ଦ ଓ ୱାଚର ସନ୍ତୋଷ କୁମାର ଡୁଣ୍ଡିଙ୍କୁ ଭାଲୁଟି ଜଙ୍ଗଲ ଭିତରକୁ ଟାଣି ନେଇଥିଲା। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ଫରେଷ୍ଟ ଗାର୍ଡ଼ ଶଶଧର ସାଣୀ ଓ ସାଗର ଠେଲା ଗୁରୁତର ଆହତ ହୋଇଥିଲେ। ଗାଁ ଲୋକଙ୍କ ସହାୟତାରେ ବନ ଓ ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଗୁରୁତ ଅବସ୍ଥାରେ ଶଶଧର ଓ ସାଗରଙ୍କୁ ଉଦ୍ଧାର କରିଥିଲେ। ପରେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ସମସ୍ତଙ୍କୁ ନୂଆପଡ଼ା ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସନ୍ତୋଷଙ୍କର ମୃତ୍ୟୁ ଘଟିଛି।

ଗୁରୁତର ଥିବା ଫରେଷ୍ଟର ଗୋପାଳ ମହାନନ୍ଦ ଓ ଫରେଷ୍ଟ ଗାର୍ଡ ଶଶିଧର ଟାଣିଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି । ପ୍ରୋଟେକସନ୍ ଗାର୍ଡ ସାଗର ଠେଲାଙ୍କୁ ନୂଆପଡା ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତକାଲି ସୁରକ୍ଷା ଦାବିରେ କୋମନା ମେଡିକାଲ ସମ୍ମୁଖରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ପରେ କୋମନା ବିଡିଓ, କୋମନା ତହସିଲଦାର ବୁଝାସୁଝା କଲା ପରେ ଆନ୍ଦୋଳନ ପ୍ରତ୍ୟାହୢତ ହୋଇଥିଲା। ତେବେ ଏନେଇ ବନବିଭାଗର ପ୍ରତିକ୍ରିୟା ମିଳିପାରିନି ।

Advertisment
Bear Attack Nuapada