ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ସୀମାନ୍ତ ତାଳଗୁରାଣ୍ଡି ଗାଁ ନିକଟରେ ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି- ଜଗନ୍ନାଥ ଭୂୟାଁ (୪୩) ଓ ଡେରା ଶବର (୪୮)।
ମୃତାହତମାନେ ଗଞ୍ଚାମ ଜିଲ୍ଲା ପାତ୍ରପୁର ବ୍ଲକ୍ ଗୁଡ଼ିପଦର ଗାଁର। ଆଜି ଗାଁର ପ୍ରାୟ ୧୦/୧୨ ଜଣ ପୁରୁଷ ଓ ମହିଳା ଏହି ଟ୍ରାକ୍ଟର ଯୋଗେ ଚିକିଟି ବ୍ଲକ୍କୁ ଏକ ରାଜନୀତିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ। ତାଳଗୁରାଣ୍ଡି ନିକଟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।
Also Read
ଘଟଣାସ୍ଥଳରେ ଜଗନ୍ନାଥ ଭୂୟାଁ ଓ ଡେରା ଶବରଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ଆହତଙ୍କୁ ନିକଟସ୍ଥ କାଞ୍ଚିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି, ଯାହା ଆନ୍ଧ୍ର ପ୍ରଦେଶରେ ଅବସ୍ଥିତ।
ଦୁର୍ଘଟଣା ସଂପର୍କରେ ଖବର ପାଇ ଉଭୟ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣାଟି ଆନ୍ଧ୍ର ପ୍ରଦେଶର କାଞ୍ଚିଲି ଅଞ୍ଚଳରେ ଘଟିଥିବା ଜଣାପଡ଼ିବା ପରେ ସେଠାକାର ପୁଲିସ୍ ଏହାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରଙ୍ଗରୁଟ ହେଲା କାଳ; ଜଣଙ୍କ ଜୀବନ ଗଲା, ଆଉ ଜଣେ ଗୁରୁତର
ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।
Accident
ଫାଟକରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ! ମାଡ଼ିଗଲା ଟ୍ରେନ୍, ୨ ମୃତ
ଟ୍ରେନ୍ ଆସୁଥିବାରୁ ରାତି ପ୍ରାୟ ୯ଟା ବେଳେ କଳୁଙ୍ଗା ରେଳ ଫାଟକ ପଡ଼ିଥିଲା। ଠିକ୍ ସେତିକି ବେଳେ ୫ ଜଣ ଯୁବକ ୩ଟି ବାଇକ୍ରେ ଆସିଥିଲେ। ଫାଟ୍କ ପଡ଼ିଥିବା ଦେଖି ସମସ୍ତେ ରେଳ ଫାଟକ ପାର୍ଶ୍ୱରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ।