Advertisment

ବସ୍‌ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ

ବସ୍‌ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା।

Bus

Bus

Advertisment

ଗଞ୍ଜାମ ଜିଲ୍ଲା କୋଟିନଡ଼ା ଥାନା ଅନ୍ତର୍ଗତ କଲେଜ ଛକ ନିକଟରେ ବସ୍ ଧକ୍କାରେ ୨ ଜଣ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ଆଜି ଭୋର୍ ପ୍ରାୟ ସାଢ଼େ ୪ଟା ବେଳେ ଘଟିଛି ଏହି ଦୁର୍ଘଟଣା। 

Advertisment

ବସ୍‌ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଦୁଇ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଥିଲା। 

ବସ୍‌ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସ୍କୁଟିଟି ଚୁରମାର ହୋଇଯାଇଛି। ତେବେ ବସ୍‌ରେ ଥିବା ଯାତ୍ରୀମାନଙ୍କର କିଛି ହୋଇନାହିଁ। 

Advertisment

କୋଟିନଡ଼ା ପୁଲିସ୍ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ତା’ ସହିତ ପୁଲିସ୍ ଘଟଣାର ତଦନ୍ତ କରୁଛି।  

Accident Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe