ବ୍ଲାଷ୍ଟିଂ ବେଳେ ମାମୁ ଭଣଜାଙ୍କ ଉପରେ ପଡ଼ିଗଲା ବଡ଼ ପଥର। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି। ଘଟଣା ଘଟିଛି ଗଜପତି ଜିଲ୍ଲା ବନ୍ଧାଗୁଡ଼ାରେ।ସେମାନେ ହେଲେ ରମ୍ଭା ନିକଟସ୍ଥ ଝାରେଡି ଗାଁର ନାରାୟଣ ନାହାକ ଓ ମଧୁରଚୁଆ ଗାଁର ବିଷ୍ଣୁ ନାହାକ।
ଗତ କିଛି ଦିନ ହେଲା ବନ୍ଧାଗୁଡ଼ା ଗାଁ ନିକଟରେ ଥିବା ପଥର ଖାଦାନରେ ବ୍ଲାଷ୍ଟିଂ କରାଯାଉଛି। ଗତକାଲି ସନ୍ଧ୍ୟା ସମୟରେ ମଧ୍ୟ ପଥର ବ୍ଲାଷ୍ଟିଂ କରାଯାଉଥିଲା। ଦୁହେଁ ମାମୁ ଭଣଜା ସେଠାରେ ଠିଆ ହୋଇଥିଲେ। ହଠାତ୍ ସେମାନଙ୍କ ଉପରେ ବଡ଼ ପଥର ପଡ଼ିଯାଇଥିଲା। ଦୁହେଁ ପଥର ତଳେ ଚାପି ହୋଇ ରହି ଯାଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛି। ଉଭୟଙ୍କର ମୃତ୍ୟୁ ଘଟିଥିବା ସୂଚନା ଦିଆଯାଇଛି। ପଥର ତଳେ ଚାପି ହୋଇ ରହିଥିବା ମୃତଦେହକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି। ମୃତଦେହକୁ ଉଦ୍ଧାର କରିବା ପାଇଁ ଜେସିବି ନିୟୋଜିତ କରାଯାଇଛି।
Also Read
ସୂଚନାଯୋଗ୍ୟ, ନାରାୟଣ ଓ ମଧୁରଚୁଆ ଉଭୟ ଶ୍ରମିକ ଭାବେ କାମ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମା’ ଓ ୨ ପୁଅଙ୍କ ଉପରେ ମାଡ଼ିଗଲା କାର୍
ଦୁର୍ଘଟଣାପରେ ପୁଲିସ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉ଼ଚରା କରୁଛି ଓ ଘଟଣାର ତଦନ୍ତ କରୁଛି।
Accident
ଜଳିଗଲା ଧାନ ଗଦା, ୬ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରାସ୍ତାକଡ଼କୁ ଓଲଟିଲା ବସ୍, ୧୦ ଆହତ
ରାତି ଅଧରେ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।