ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ କୂଅରେ ବୁଡ଼ି ଦୁଇ ନାବାଳିକା ପ୍ରାଣ ହରାଇଛନ୍ତି। ମୃତ ଦୁଇ ନାବାଳିକା ହେଉଛନ୍ତି ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (୧୨) ଓ ନନ୍ଦ ଭତ୍ରାଙ୍କ ଝିଅ ମଞ୍ଜୁଲା ଭତ୍ରା (୧୨)।
Also Read
ଦୁହେଁ ସ୍କୁଲରେ ଗୁରୁ ଦିବସ ପାଳନ କରି ଫେରିବା ପରେ ଘର ନିକଟସ୍ଥ କୂଅକୁ ଗାଧୋଇବା ପାଇଁ ଯାଇଥିଲେ। କିନ୍ତୁ ବହୁ ସମୟ ପର୍ଯ୍ୟନ୍ତ ସେମାନେ ଘରକୁ ନଆସିବାରୁ ଦୁଇ ପରିବାର ଲୋକେ ଖୋଜିଥିଲେ। ପରେ ସନ୍ଦେହ ହେବାରୁ କୋଷାଗୁମୁଡା ଅଗ୍ନିଶମ ବିଭାଗ ଏବଂ ପୁଲିସକୁ ଖବର ଦେଇଥିଲେ ସେମାନେ। ଅଗ୍ନିଶମ ବାହିନୀ ଓ ପୁଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉକ୍ତ କୂଅରୁ ଉଭୟ ତନୁ ଓ ମଞ୍ଜୁଲାଙ୍କ ମୃତଦେହ ବାହାର କରିଥିଲେ। ପୁଲିସ୍ ସେମାନଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କୋଷାଗୁମୁଡ଼ା ଡାକ୍ତରଖାନାକୁ ପଠାଇଥିଲା। ଏହି ଘଟଣାକୁ ନେଇ ପୂରା ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।
ରିପୋର୍ଟ- ନବରଙ୍ଗପୁରରୁ ନବଘନ ବିଷୋୟୀ
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।