ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଗୋପୀନାଥପୁର ପଞ୍ଚାୟତ ରାଇପୀତାମ୍ବର ଗାଁରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଉଛନ୍ତି ରାଇପୀତାମ୍ବର ଗାଁର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳ। ଆହତ ଜଣଙ୍କ ହେଉଛନ୍ତି ସେହି ଗାଁର ସୁରେନ୍ଦ୍ର ସାହୁ।
Also Read
ଏମାନେ ଆଜି ଅପରାହ୍ଣରେ ବିଲକୁ କାମ କରିବାକୁ ଯାଇଥିଲେ। ତେବେ ସେହି ସମୟରେ ପ୍ରବଳ ଘଡ଼ଘଡ଼ି ସହିତ ବିଜୁଳି ମାରିଥିଲା। ଆଉ ସେଥିରେ ବସନ୍ତ ଓ ନରେନ୍ଦ୍ରଙ୍କର ମୃତ୍ୟୁ ଘଟିଥିଲା।
ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାର ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ସେଠାରେ ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ସୁରେନ୍ଦ୍ର ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି l
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ବିଦ୍ୟୁତ୍ ଆଘାତରେ ମା’ ଓ ଶିଶୁପୁତ୍ର ମୃତ
ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଂଶପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
Accident
ଭୋଜି ଖାଇବାକୁ ଯାଉଥିଲେ, ଗାଡ଼ି ଓଲଟି ପଡ଼ିବାରୁ ଚାଲିଗଲା ୨ ଜଣଙ୍କ ଜୀବନ
ଦୁର୍ଘଟଣାଗ୍ରସ୍ତ ଟାଟା ଏସିରେ ୧୦ରୁ ଅଧିକ ଯାତ୍ରୀ ଥିଲେ। ସେମାନେ ବୋରୋସିଙ୍ଗି ଗ୍ରାମକୁ ଏକ ଭୋଜିରେ ଯୋଗ ଦେବାକୁ ଯାଉଥିଲେ।

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।