ରାଉରକେଲାରେ ବ୍ରାହ୍ମଣୀ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଜଣେ ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ମୃତାହତଙ୍କ ପରିଚୟ ଜଣାପଡ଼ିନି। ସେମାନେ ରାଉରକେଲା ସ୍ଥିତି NITକୁ ଇଣ୍ଟର୍ଣ୍ଣଶିପ୍ କରିବା ପାଇଁ ଆସିଥିଲେ ବୋଲି ଜଣାପଡ଼ିଛି।
Also Read
ସୂଚନା ଅନୁଯାୟୀ, ମୋଟ ୬ ଜଣ ଛାତ୍ରଛାତ୍ରୀ ଆଜି ବେଦବ୍ୟାସ ବୁଲିବାକୁ ଯାଇଥିଲେ। ସେମାନେ ସେଠାରେ ବ୍ରାହ୍ମଣୀ ନଦୀରେ ଗାଧୋଉଥିଲେ। ଗାଧୋଇଲା ବେଳେ ୬ ଜଣଙ୍କ ଯାକ ବୁଡ଼ି ଯାଇଥିଲେ। ତେବେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିବାରେ ସଫଳ ହୋଇଥିଲେ। କିନ୍ତୁ ଆଉ ୨ ଜଣ ବୁଡ଼ି ଯାଇଥିଲେ ଓ ସେମାନଙ୍କର ମୃତ୍ୟୁ ଘଟିଥିଲା। ଡାକ୍ତରଖାନାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।
ଉଦ୍ଧାର କରାଯାଇଥିବା ୪ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଜଣ ସୁରକ୍ଷିତ ଅଛନ୍ତି। କିନ୍ତୁ ଜଣେ ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।