Advertisment

ଟ୍ରକ୍‌-ବୋଲେର ମୁହାଁମୁହିଁ ଧକ୍କା

ଟ୍ରକ୍‌ଟି ବୌଦ୍ଧ ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ଯାଉଥିବା ବୋଲେରୋ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Accident

Accident

ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ବହିରା ଛକ ନିକଟରେ ଆଜି ଭୋରରେ ଏକ ଟ୍ରକ୍ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି।

Advertisment

ଟ୍ରକ୍‌ଟି ବୌଦ୍ଧ ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ଯାଉଥିବା ବୋଲେରୋ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବଲେରୋରେ ଥିବା ୮ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ସମସ୍ତ ୮ ଯାତ୍ରୀ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି।  

ଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଉଁଶୁଣୀ ମେଡିକାଲରେ ଭର୍ତି କରିଥିଲେ। ପୁଲିସ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ ଏହି ଘଟଣାର ତଦନ୍ତ କରୁଛି।

Advertisment
Accident Road Accident