Advertisment

ସାବିତ୍ରୀ ଭାର ଦେଇ ଝିଅ ଘରୁ ଫେରୁଥିବା ବେଳେ ପିଟି ଦେଲା ଅଜଣା ଗାଡ଼ି

ସୁନୀଲଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Dead Body

Dead Body

ଆଜି ସାବିତ୍ରୀ ବ୍ରତ। ସେଥିପାଇଁ ଝିଅ ଘରକୁ ଭାର ଦେବାକୁ ଯାଇଥିଲେ। ହେଲେ ଫେରିଲା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ। ବାଲେଶ୍ୱର ଜିଲ୍ଲା ସୋର ଥାନା ଅନନ୍ତପୁର ପଞ୍ଚାୟତ ବାଲିଛନ୍ଦା ଘାଟ ନିକଟରେ ଘଟିଛି ଏହି ଦୁର୍ଘଟଣା।

Advertisment

ମୃତକଙ୍କ ନାଁ ସୁନୀଲ ବାରିକ। ତାଙ୍କ ଘର ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିମେଦ ଗାଁରେ।  ଆଜି ସେ ଖଇରାରେ ରହୁଥିବା ତାଙ୍କ ଝିଅ ଘରେ ସାବିତ୍ରୀ ଭାର ଦେଇ ବାଇକ୍‌ରେ ଫେରୁଥିବା ବେଳେ କୌଣସି ଏକ ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିବା କୁହାଯାଉଛି। 

ସୁନୀଲଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। 

Advertisment

ଘଟଣା ସଂପର୍କରେ ଲୋକେ ଲୋକେ ଅନନ୍ତପୁର ଫାଣ୍ଡିକୁ ଖବର ଦେଇଥିଲେ। ଫାଣ୍ଡି ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି। 

Accident Road Accident