ଜମ୍ମ କଶ୍ମୀର ଅନନ୍ତନାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଘାଟିରେ ଓଲଟି ପଡ଼ିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୫ ଜଣ ଶିଶୁ ଅଛନ୍ତି।
Also Read
ସୂଚନା ଅନୁସାରେ, ଆଜି ମଧ୍ୟାହ୍ନରେ ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲ୍ଲୀ ଡାକସୁମ ଘାଟିରେ ଏହି ଦୁର୍ଘଟଣା ଘଟିଛି। ଡାକସୁମ ଘାଟିରେ ଯିବା ସମୟରେ ଏକ କାର୍ ଓଲଟି ପଡ଼ିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ସେମାନେ କେଉଁ ଅଞ୍ଚଳର ତାହା ମଧ୍ୟ ଜଣାପଡ଼ି ନାହିଁ।
ଖବର ଲେଖା ହେବା ସୁଦ୍ଧା ଉଦ୍ଧାରକାର୍ଯ୍ୟ ଜାରି ରହିଥିଲା। ପ୍ରାଥମିକ ରିପୋର୍ଟ ଅନୁସାରେ, କାରଟି ଜମ୍ମୁର କିଶିତିୱାରରୁ ଆସୁଥିଲା। ଡାକସୁମ ଘାଟିରେ ଚାଳକ ଭାରସାମ୍ୟ ହରାଇବାରୁ କାର୍ ଘାଟି ତଳକୁ ଖସି ପଡ଼ିଥିଲା। ଡ୍ରାଇଭରଙ୍କ ସମେତ ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।