Advertisment

ଘାଟିରେ ଓଲଟିଲା କାର୍; ୫ ଶିଶୁଙ୍କ ସମେତ ୮ ମୃତ

ମୃତକଙ୍କ ମଧ୍ୟରେ ୫ ଜଣ ଶିଶୁ ଅଛନ୍ତି।

ଅଦ୍ୟତନ ହୋଇଛି
Accident Car

Accident Car

Advertisment

ଜମ୍ମ କଶ୍ମୀର ଅନନ୍ତନାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଘାଟିରେ ଓଲଟି ପଡ଼ିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୫ ଜଣ ଶିଶୁ ଅଛନ୍ତି।

Advertisment

ସୂଚନା ଅନୁସାରେ, ଆଜି ମଧ୍ୟାହ୍ନରେ ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲ୍ଲୀ ଡାକସୁମ ଘାଟିରେ ଏହି ଦୁର୍ଘଟଣା ଘଟିଛି। ଡାକସୁମ ଘାଟିରେ ଯିବା ସମୟରେ ଏକ କାର୍ ଓଲଟି ପଡ଼ିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ସେମାନେ କେଉଁ ଅଞ୍ଚଳର ତାହା ମଧ୍ୟ ଜଣାପଡ଼ି ନାହିଁ।

ଖବର ଲେଖା ହେବା ସୁଦ୍ଧା ଉଦ୍ଧାରକାର୍ଯ୍ୟ ଜାରି ରହିଥିଲା। ପ୍ରାଥମିକ ରିପୋର୍ଟ ଅନୁସାରେ, କାରଟି ଜମ୍ମୁର କିଶିତିୱାରରୁ ଆସୁଥିଲା। ଡାକସୁମ ଘାଟିରେ ଚାଳକ ଭାରସାମ୍ୟ ହରାଇବାରୁ କାର୍ ଘାଟି ତଳକୁ ଖସି ପଡ଼ିଥିଲା। ଡ୍ରାଇଭରଙ୍କ ସମେତ ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।

Advertisment
Accident Jammu Kashmir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe