Advertisment

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।

ଅଦ୍ୟତନ ହୋଇଛି
Accident

Accident

Advertisment

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।

Advertisment

ଆଜି ଦିନ ପ୍ରାୟ ୧୦ଟା ୩୦ ଟା ସମୟରେ ମହିଳା ଜଣଙ୍କ ପଳାଶୁଣି ଛକରେ ରାସ୍ତା ପାର ହେଉଥିଲେ। ଏହି ସମୟରେ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି ତାଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା। ମଞ୍ଚେଶ୍ୱର ଥାନା ପୁଲିସ ମହିଳାଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Advertisment
Bhubaneswar Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe