ଓହ୍ଲାଇଲା ବେଳେ ଛାଡ଼ିଦେଲା ଟ୍ରେନ୍। ଟ୍ରାକ୍ରେ ଖସି ପଡ଼ି ଜଣେ ମହିଳା ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ବ୍ରହ୍ମପୁର ରେଳ ଷ୍ଟେସନରେ। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।
ଆଜି ଭୋର ସମୟରେ ବ୍ରହ୍ମପୁର ରେଳ ଷ୍ଟେସନରେ କନ୍ୟାକୁମାରୀ - ଡିବୁରୁଗଡ ବିବେକ ଏକ୍ସପ୍ରେସ ଅଟକିଥିଲା। ସବୁ ଯାତ୍ରୀଙ୍କ ପରି ମୃତ ମହିଳା ଜଣଙ୍କ ମଧ୍ୟ ଟ୍ରେନରୁ ଓହ୍ଳାଉଥିଲେ। ଏହି ସମୟରେ ଟ୍ରେନ୍ ଛାଡ଼ି ଦେଇଥିଲା। ମହିଳାଙ୍କ ଗୋଡ଼ ଟ୍ରାକରେ ପଶିଯାଇଥିଲା। ଫଳରେ ତାଙ୍କ ବାମ ଗୋଡ଼ କଟିଯାଇଥିଲା।
Also Read
ଜିଆରପି ପୁଲିସ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜିଆରପି ଥାନା ଅଧିକାରୀ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।