ମାଣବସା ପାଇଁ ଘର ଧୋଉଥିଲେ। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ମହିଳାଙ୍କ ଜୀବନ। ଏଭଳି ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ରହିଲା ଗାଁରେ। ମୃତ ମହିଳା ଜଣଙ୍କ ବସନ ନାଏକ(୬୫)।
ବସନ ମାଣମସା ପାଇଁ ଘର ଧୋଉଥିଲା। ଏହି ସମୟରେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପରେ ଛିଟିକି ତଳେ ପଡ଼ି ଯାଇଥିଲେ। ବସନଙ୍କୁ ଗୁରୁତର ଅବସ୍ଥା ଉଦ୍ଧାର କରାଯାଇ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ଡାକ୍ତର ବସନଙ୍କୁ ମୃତ ଘୋଷଣା କରିଥିଲେ। ବିନିକା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ବସନଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Also Read
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।