କାମ ସାରି ଘରକୁ ଫେରୁଥିବା ବେଳେ ଘାଟିରେ ଓଲଟି ପଡ଼ିଲା ଅଟୋ। ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ। ଏବେ ମେଡିକାଲ୍ରେ ଜୀବନ ସହ ସଂଘର୍ଷ କରୁଛନ୍ତି ୫ ଶ୍ରମିକ। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରାୟଗଡ଼ା ଜିଲ୍ଲାର ଚିନାସାରି ଘାଟିଛି।
Also Read
ପଦ୍ମପୁର ଗାଁର ୧୮ ଜଣ ମହିଳା ଶ୍ରମିକ ଛାତ ପକାଇବା ପାଇଁ ପୁଟାସିଂ ଥାନା ଚିରାସାହି ଗାଁକୁ ଯାଇଥିଲେ। କାମ ସାରି ସମସ୍ତେ ଅଟୋରେ ଘରକୁ ଫେରୁଥିଲେ। ହେଲେ ଅପରାହ୍ନରେ ଅଟୋଟି ଚିନାସାରି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଯାହାଫଳରେ ୬ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଗୁଣୁପୁର ଉପଖଣ୍ଡ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା। ମେଡ଼ିକାଲ୍ରେ ମାୟା ସାହୁଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟମାନେ ମେଡ଼ିକାଲ୍ରେ ଚିକିତ୍ସିତ ହେଉଛନ୍ତି।
ରିପୋର୍ଟ-ଗୁଣୁପୁରରୁ ରାକେଶ କୁମାର ପାଢ଼ୀ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।