/odisha-reporter/media/media_files/2026/02/27/ganesh-2026-02-27-17-34-30.jpg)
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର ଘୋଡ଼ାହାଡ଼ ଡ୍ୟାମ ରାସ୍ତାରେ ଥିବା ବିଦେଶୀ ମଦ ଦୋକାନ ନିକଟରେ ଏକ ବୁଲେଟ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି।
ଦୁର୍ଘଟଣା ପରେ ଚାରି ଜଣଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ।
ମୃତକ ଜଣଙ୍କ ହେଉଛନ୍ତି ଦିଗପହଣ୍ଡି ଥାନା ଆଦିକନ୍ଦପୁରର ଗଣେଶ ରେଡ୍ଡୀ। ଅନ୍ୟ ତିନି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦିଗପହଣ୍ଡି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ପୁଲିସ ଘଟଣାର ତଦନ୍ତ କରୁଛି।
ଅନ୍ୟପକ୍ଷରେ ନୟାଗଡ଼ ଜିଲ୍ଲା କଇଁଆଡିହ ଗାଁ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଦେଉଥିବା ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।
ବାଣିଗୋଛା ଥାନା ନୂଆଗାଁ ଏବଂ କଳସଖମଣ ଅଞ୍ଚଳରୁ ୧୦ ଜଣ ଛାତ୍ରଛାତ୍ରୀ ଆଜି ପରୀକ୍ଷା ଦେବା ପାଇଁ ଏକ ଅଟୋରେ ୪୦କିଲୋମିଟର ଦୂର ଦଶପଲ୍ଲା ସରକାରୀ ଉଚ୍ଚବିଦ୍ୟାଳୟକୁ ଯାଇଥିଲେ।
ସେମାନେ ପରୀକ୍ଷା ଦେଇ ଘରକୁ ଫେରିବା ବେଳେ କଇଁଆଡ଼ିହ ଗାଁ ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଲକୁ ଖସି ଯାଇ ଓଲଟି ପଡ଼ିଥିଲା। ଏଥିରେ ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
