ଗଞ୍ଜାମ ଜିଲା ଛତ୍ରପୁର ନିକଟସ୍ଥ ଆର୍ଜିପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇ ଯାଇଛନ୍ତି । ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ୨୨ବର୍ଷୀୟ ହେମନସେନ ବେହେରା । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ, ଓଡ୍ରାଫ୍ ଓ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ଗତକାଲି ସଂଧ୍ୟାରେ ହେମନ ତାଙ୍କ ୪ରୁ ୫ ଜଣ ସାଙ୍ଗଙ୍କ ସହ ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ବେଳେ ହେମନ ପାଣିରେ ଭାସି ଯାଇଥିଲେ।
Also Read
ଖବର ପାଇ ତୁରନ୍ତ ଓ ଓଡ୍ରାଫ ବିଭାଗର ଅଧିକାରୀ, ଅଗ୍ନିଶମ କର୍ମଚାରୀ ପ୍ରମୁଖ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଘଟଣାସ୍ଥଳରେ ଛତ୍ରପୁର ଏସ୍ଡିପିଓ , ଆର୍ଯ୍ୟପଲ୍ଲୀ ଥାନା ପୁଲିସ ପ୍ରମୁଖ ଉପସ୍ଥିତ ଅଛନ୍ତି। ହେମନସେନଙ୍କୁ ଖୋଜିବାକୁ ସମୁଦ୍ର ଉପରେ କୋଷ୍ଟଗାର୍ଡ ହେଲିକପ୍ଟର ବି ପଇଁତରା ମାରୁଛି। ଏହାସତ୍ତ୍ୱେ ହେମନସେନଙ୍କ ପତ୍ତା ମିଳି ପାରିନି। ପୁଅକୁ ନ ପାଇ ପରିବାର ଲୋକେ ସମୁଦ୍ର କୂଳରେ ଜଗି ରହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।