ହାତୀ ଘଉଡ଼ାଇବା ହେଲା କାଳ। ଯୁବକଙ୍କୁ ଦଳି ଦେଲା ହାତୀ। ଏପରି ଅଘଟଣ ଘଟିଛି ଝାରସୁଗୁଡ଼ା ଜିଲ୍ଲା କିରମିରା ବ୍ଲକ ଭାଲୁପତରା ଗାଁରେ। ମୃତ ଯୁବକ ଜଣଙ୍କ ହେଲେ ଭାଳୁପତ୍ରା ଗ୍ରାମର ଫକିର କିସାନ୍।
ଆଜି ସକାଳେ ଭାଳୁପତ୍ରା ଗାଁ ଭିତରକୁ ହାତୀ ପଲ ପଶି ଆସିଥିଲେ। ଏନେଇ ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ବନ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ହାତୀ ଘଉଡାଇଥିଲେ। ଗ୍ରାମବାସୀ ମଧ୍ୟ ବନ ଅଧିକାରଙ୍କ ସହ ମିଶି ହାତୀ ଘଉଡାଥିଲେ। ଫକିର ମଧ୍ୟ ଏଥିରେ ସାମିଲ ହୋଇଥିଲେ। ଏହି ସମୟରେ ହଠାତ୍ ହାତୀ ପଛକୁ ଫେରି ଆସି ଫକିରଙ୍କୁ ଆକ୍ରମଣ କରିଥିଲା।
Also Read
ଫକିର ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ତଳେ ପଡ଼ିଯାଇଥିଲେ। ହାତୀଟି ପହଞ୍ଚି ତାଙ୍କୁ ଦଳି ଦେଇଥିଲା। ପରେ ବନ ବିଭାଗ ହାତୀଟିକୁ ଘଉଡାଇଥିଲେ। ଏଥିସହ ଫକିରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫକିରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।