ମୁକୁଳା ଡ୍ରେନ ନେଲା ଜଣେ ଯୁବକଙ୍କ ଜୀବନ। କଟକ ନୂଆବଜାର ଅଞ୍ଚଳର ମହିମା ନଗରରେ ମୁକୁଳା ଡ୍ରେନରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ରାଜମିସ୍ତ୍ରୀ କାମ କରୁଥିଲେ ବୋଲି ଜଣାଯାଇଛି। ତାଙ୍କ ଘର ଯାଜପୁର ଅଞ୍ଚଳରେ। ସେ କଟକରେ ରହି ରାଜମିସ୍ତ୍ରୀ ଭାବେ କାମ କରୁଥିଲେ।
ଯୁବକ ଜଣଙ୍କ ଡ୍ରେନରେ ପଡ଼ି ଭାସୁଥିବା ଆଜି ସକାଳେ ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Also Read
ଦୀର୍ଘ ମାସେ ତଳେ ଡ୍ରେନ ସ୍ଲାବ ଖୋଲି ଦେଇ ଠିକାଦାର ଛୁ ମାରିଛି। ଡ୍ରେନରେ ସ୍ଲାବ ପକାଇବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ପଡ଼ିନାହିଁ। ଫଳରେ ଏପରି ଦୁର୍ଘଟଣା ଘଟିଥିବ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, କଟକରେ ବିଭିନ୍ନ ସମୟରେ ମୁକୁଳା ଡ୍ରେନରେ ପଡ଼ି ଲୋକଙ୍କ ଜୀବନ ଯାଉଛି। ହେଲେ ସିଏମ୍ସି ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।